ଝାରସୁଗୁଡା, ୨୭।୯– ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି।

More Stories
ସୁରକ୍ଷା ବାହିନୀ-ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା
ଓଡିଶା ସରକାରଙ୍କର ବଡ଼ ନିଷ୍ପତି : ରାଜ୍ୟ ହେବ ତମ୍ବାଖୁ ମୁକ୍ତ
ସରକାରୀ ନିୟମକୁ ଫୁ’ : ଆନନ୍ଦପୁର ସ୍ୱାସ୍ଥ୍ୟକେନ୍ଦ୍ର ପାଚେରୀ ନିର୍ମାଣରେ ବ୍ୟାପକ |