September 17, 2026

Now Odisha

Now Odisha

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

Spread the love

ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ମଙ୍ଗଳବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୬.୧ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଏହା ତଳକୁ ଚାନ୍ଦବାଲି ଓ ଅନୁଗୋଳରେ ୩୫.୭ ଡିିଗ୍ରୀ, ଭଦ୍ରକ ୩୫.୬ ଡିଗ୍ରୀ, ବାରିପଦା ୩୫.୪ ଡିଗ୍ରୀ, ରାଉରକେଲା ଓ ଢେଙ୍କାନାଳରେ ୩୫.୧ ଡିଗ୍ରୀ ଛୁଇଁଥିଲା। ତେବେ ବୁଧବାରଠାରୁ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବରଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ଲାଗି ରହିବ ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୧୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ଆରମ୍ଭ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ତେଣୁ ତାପମାତ୍ରା ପୁଣି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

error: Content is protected !!