September 19, 2026

Now Odisha

Now Odisha

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା

Spread the love

ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ଅର୍ଥାତ୍‌ ୨୧ କିମ୍ବା ୨୨ ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ଧୀରେ ଧୀରେ ଅଧିକ ସକ୍ରିୟ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଅବପାତ ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ ସ୍ପଷ୍ଟ ହୋଇ ନ ଥିବାବେଳେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଶନିବାର ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି।

error: Content is protected !!