ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି।
ଏହି ନୂତନ ଫେରବଦଲ ଅନୁଯାୟୀ, ଯୋଜନା ଓ ସମନ୍ୱୟ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଜ୍ୟୋତିରଞ୍ଜନ ମିଶ୍ରଙ୍କୁ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ସଂଘମିତ୍ରା ଶତପଥୀ ଗ୍ରାମ୍ୟ ଉନ୍ନୟନ ବିଭାଗର ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ।
ଗୃହ ବିଭାଗର ଯୁଗ୍ମ ସଚିବ ଭାବେ ହିମାଂଶୁ ଶେଖର ବେହେରା ଏବଂ ଶ୍ରମ ମନ୍ତ୍ରାଳୟର ଯୁଗ୍ମ ସଚିବ ଭାବେ ମଧୁମିତା ନାୟକଙ୍କୁ ନିଯୁକ୍ତ କରାଯାଇଛି।
ପଞ୍ଚାୟତିରାଜ ବିଭାଗରେ ସୂର୍ଯ୍ୟନାରାୟଣ ଦାସ, ସୌଦାମିନୀ ସେଠୀ ଏବଂ ଶୁଭ୍ରା ମହାନ୍ତିଙ୍କୁ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ଅପରପକ୍ଷରେ, ଜଙ୍ଗଲ ଓ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ଜ୍ୟୋତିର୍ମୟୀ ପ୍ରଧାନ ଏବଂ ବବିତା ମହାନ୍ତିଙ୍କୁ ଦାୟିତ୍ୱ ମିଳିଛି।
ପ୍ରଶାସନିକ କାର୍ଯ୍ୟଦକ୍ଷତାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ବଡ଼ ଧରଣର ଅଦଳବଦଳ କରାଯାଇଥିବା ଜଣାପଡ଼ିଛି।

More Stories
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର