ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ସର୍ବାଧିକ ୬୫-୭୫ କିମି ରହିଥିଲା। ଲ୍ୟାଣ୍ଡଫଲ ସମୟରେ ପ୍ରାୟ ୫ ମିଟର ସମୁଦ୍ର ମାଡ଼ି ଆସିଥିଲା। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ଉପକୂଳ ସମେତ ସାରା ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିଛି। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ
ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…