September 26, 2026

Now Odisha

Now Odisha

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

Spread the love

କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ବର୍ତ୍ତମାନ ଉଭୟ ମାଆ ଓ ନବଜାତ ଶିଶୁ ସୁସ୍ଥ ଥିବା ଡାକ୍ତରୀ ସୂତ୍ରରୁ ସୂଚନା ମିଳିଛି।

ଏହି ସମ୍ବେଦନଶୀଳ ଘଟଣା ସମ୍ପର୍କରେ ନାବାଳିକାଙ୍କ ବଡ଼ ଭଉଣୀ ତୁରୁମୁଙ୍ଗା ଥାନାରେ ଏକ ଲିଖିତ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ତୁରୁମୁଙ୍ଗା ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ପଛର ସତ୍ୟାସତ୍ୟ ପଦାକୁ ଆଣିବା ପାଇଁ ଅଧିକ ତଦନ୍ତ ଚଳାଇଛି।

error: Content is protected !!