ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ନିଆଁରେ ଦୋକାନରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।
ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ନିଆଁକୁ ନିୟନ୍ତ୍ରଣ କରିବାରେ ସ୍ଥାନୀୟ ଲୋକେ ମଧ୍ୟ ଅଗ୍ନିଶମ କର୍ମଚାରୀଙ୍କୁ ସହଯୋଗ କରିଥିଲେ। ଅଗ୍ନିକାଣ୍ଡର ପ୍ରକୃତ କାରଣ ଓ କ୍ଷୟକ୍ଷତିର ପରିମାଣ ସମ୍ପର୍କରେ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଜଣାପଡିଛି।

More Stories
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ
ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…
ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର