ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ ମଡେଲ ରାଜ୍ୟ ହୋଇପାରିଥିଲା। ରାଜ୍ୟରେ ଅପାରଗ ଡବଲ ଇଞ୍ଜିନ ସରକାର ଅଢେଇ ବର୍ଷରେ ଓଡ଼ିଶାର ଛବିକୁ ପୂରା ମଳିନ କରିସାରିଲାଣି। ପଦଯାତ୍ରା ସମୟରେ ଡବଲ ଇଞ୍ଜିନ ସରକାରର ବିଫଳତାକୁ ପ୍ରତ୍ୟେକ ଘରେ ଘରେ ପହଞ୍ଚାଇବା ସହ ଲୋକଙ୍କୁ ସଚେତନ କରିବାକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି।
ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ଡମଣା ଛକ ନିକଟସ୍ଥ କ୍ଲବ ଟାଉନ ପଡ଼ିଆରେ ଗୋପବନ୍ଧୁ ଜୟନ୍ତୀ ଉପଲକ୍ଷେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନବୀନ ଯୋଗଦେଇ ଗୋପବନ୍ଧୁ ଦାସ ଏବଂ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟକରି କହିଛନ୍ତି, ଭାଜପା ସରକାରଙ୍କ ବିଫଳତା ପ୍ରତ୍ୟେକ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ଜନସାଧାରଣଙ୍କ ସୁଖଦୁଃଖରେ ଠିଆ ହେବା ଲାଗି ନବୀନ କହିଛନ୍ତି।
କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ କର୍ମୀ ଓ ସାଧାରଣ ଲୋକ ଯୋଗଦେଇଥିଲେ। ଏହି ଅବସରରେ ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ, ପୂର୍ବତନ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ସଭା ସଦସ୍ୟ ସନ୍ତୃପ୍ତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

More Stories
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍କା
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!