October 11, 2026

Now Odisha

Now Odisha

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

Spread the love

 ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA) ମେଣ୍ଟର ଏମ୍‌ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ ପଦଯାତ୍ରା କରିଥିଲେ। ଏହାପରେ ବିରୋଧୀ ଦଳଗୁଡ଼ିକର ଏକ ପ୍ରତିନିଧିମଣ୍ଡଳୀ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ଏହି ପ୍ରତିନିଧିମଣ୍ଡଳୀ ରାଷ୍ଟ୍ରପତିଙ୍କୁ ମୁଖ୍ୟ ନିର୍ବାଚନ କମିଶନରଙ୍କ ବିରୋଧରେ ଦାବିପତ୍ର ଦେଇଛନ୍ତି।

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, “ରାଷ୍ଟ୍ରପତିଙ୍କ ସହ ଆମର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଯେତେବେଳେ ଆମେ ରାଷ୍ଟ୍ରପତିଙ୍କୁ ’ଭୋଟ ଚୋରି’ ବିଷୟରେ ଜଣାଇଲୁ, ସେ ଏହାକୁ ମନା କରି ନ ଥିଲେ। ବରଂ ସେ ଆମକୁ ଏହାର ପ୍ରମାଣ ଉପସ୍ଥାପନ କରିବାକୁ କହିଛନ୍ତି।” ଏହାସହ ସେ ରାଷ୍ଟ୍ରପତିଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି।

error: Content is protected !!