October 9, 2026

Now Odisha

Now Odisha

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

Spread the love

ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର ନାମାଙ୍କନ ପ୍ରକ୍ରିୟା ଅନୁଷ୍ଠିତ ହୋଇଛି। ଛାତ୍ର ସଂସଦର ୭ଟି ପଦବୀ ପାଇଁ ନିର୍ବାଚନ ବଦଳରେ ଚୟନ ପ୍ରକ୍ରିୟା ଅନୁସରଣ କରାଯିବ ବୋଲି ନିର୍ବାଚନ ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ସୁରେଶ ମାହାଙ୍କୁଡ ସୂଚନା ଦେଇଛନ୍ତି।

ଛାତ୍ର ସଂସଦ ପକ୍ଷରୁ ବିଭିନ୍ନ ପଦବୀ ପାଇଁ ମନୋନୀତ ପ୍ରାର୍ଥୀଙ୍କ ଏକ ତାଲିକା କଲେଜ କମିଟିର ସଭାପତି ତଥା ଗୁଣପୁର ଉପଜିଲ୍ଲାପାଳଙ୍କ ନିକଟକୁ ପଠାଯାଇଥିବା ଦାୟିତ୍ୱରେ ଥିବା ଅଧିକାରୀ ସୂଚନା ଦେଇଛନ୍ତି।

ମହାବିଦ୍ୟାଳୟର ଅଧ୍ୟକ୍ଷ ଅମୂଲ୍ୟକୃଷ୍ଣ ପ୍ରଧାନଙ୍କ ସମେତ ଅନ୍ୟ ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଏହି ଚୟନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିବା ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ଆସନ୍ତା ୧୫ ତାରିଖରେ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ମନୋନୀତ ପ୍ରାର୍ଥୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ।

ଛାତ୍ର ସଂସଦର ସଭାପତି, ଉପସଭାପତି, ସମ୍ପାଦକ, ସହସମ୍ପାଦକ, ନାଟ୍ୟ ସମ୍ପାଦକ, କ୍ରୀଡ଼ା ସମ୍ପାଦକ ଓ ସାଂସ୍କୃତିକ ସମ୍ପାଦକ ଆଦି ୭ଟି ପଦବୀ ପାଇଁ ଏହି ଚୟନ ପ୍ରକ୍ରିୟା ହେବ। ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ଏହି ପ୍ରକ୍ରିୟା ଅନୁଷ୍ଠିତ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।

error: Content is protected !!