—ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନରଙ୍କ ସୂଚନା ଦେଇ କହିଛନ୍ତି ଏଥର ଟ୍ୱିନସିଟିରେ ୬୧ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ କର୍ମଚାରୀଙ୍କ ସହିତ ୨୦ପ୍ଲାଟୁନ୍ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୪ଟି ମଣ୍ଡପରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି ।
କଟକ ଓ ଭୁବନେଶ୍ୱରରେ ଭିଓ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ ବୋଲି କମିଶନର କହିଛନ୍ତି । ଏହାସହିତ ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ମ ନଜର ରଖାଯାଇଛି । ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ କରିପଚାଳନା ହେଉଛି । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ପୂଜା ପାଇଁ ସମସ୍ତ ସହଯୋଗ ଲୋଡିଛନ୍ତି ପୁଲିସ କମିଶନର ଏସ୍.ଦେବଦତ୍ତ ସିଂହ ।

More Stories
ସୁରକ୍ଷା ବାହିନୀ-ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା
ଓଡିଶା ସରକାରଙ୍କର ବଡ଼ ନିଷ୍ପତି : ରାଜ୍ୟ ହେବ ତମ୍ବାଖୁ ମୁକ୍ତ
ସରକାରୀ ନିୟମକୁ ଫୁ’ : ଆନନ୍ଦପୁର ସ୍ୱାସ୍ଥ୍ୟକେନ୍ଦ୍ର ପାଚେରୀ ନିର୍ମାଣରେ ବ୍ୟାପକ |