October 11, 2026

Now Odisha

Now Odisha

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

Spread the love

 ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଯୁବକଙ୍କୁ ଧରି ମାଡ଼ ମାରିଥିବା ବେଳେ ଚନ୍ଦନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳା ଓ ଯୁବକଙ୍କୁ ଉଦ୍ଧାର କରିଛି। ପରେ ଉଭୟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଶନିବାର ରାତି ପ୍ରାୟ ୮ଟା ସମୟରେ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏହା ଦେଖି ସ୍ଥାନୀୟ ଲୋକେ ମହିଳାଙ୍କୁ ଯୁବକଙ୍କ କବଳରୁ ଉଦ୍ଧାର କରିଥିଲେ। ପରେ ଉତ୍ତ୍ୟକ୍ତ ଲୋକେ ଯୁବକଙ୍କୁ ଧରି ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା।

ଖବର ପାଇ ଚନ୍ଦନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ଯୁବକଙ୍କୁ ଉଦ୍ଧାର କରିଥିଲା। ପରେ ମହିଳା ଓ ଯୁବକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଯାଇଥିଲା। ଅଭିଯୁକ୍ତ ଯୁବକଙ୍କ ପରିଚୟ ଏଯାବତ୍ ଜଣାପଡ଼ିନାହିଁ। ଏହି ଘଟଣାରେ ଚନ୍ଦନପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

error: Content is protected !!