ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ ହୋଇଛି। ଏଥିସହ ଛାତ୍ରନେତା ଶୁଭଙ୍କର ରାଉତଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ଏବଂ ରାଜନଗର ବିଧାୟକ ଧ୍ରୁବ ସାହୁ ନିଜ ସମର୍ଥକମାନଙ୍କ ସହ ଗ୍ରାମାଞ୍ଚଳ ଥାନା ସମ୍ମୁଖରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଧାରଣାରେ ବସିଥିବା ଘଟଣାକୁ ଦୃଷ୍ଟିରେ ରଖି ଛାତ୍ର ସଂସଦ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ମହାବିଦ୍ୟାଳୟର ଅଧ୍ୟକ୍ଷ ମିଶ୍ର ନିର୍ବାଚନ ବାତିଲ କରାଯାଇଥିବା ସମ୍ପର୍କରେ ଏକ ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା ଦେଇଛନ୍ତି।

More Stories
ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି
ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ
ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ