2024-25 ବର୍ଷର ପୂର୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ୱାନ କରିଛନ୍ତି


ଓଡିଶା ସରକାର

ଅର୍ଥ ବିଭାଗ

୧୯ ଜୁନ୍ ୨୦୨୪

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧି ମାନଙ୍କର ମତାମତ ନେଇ ବଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଅଛି  । ମୁଁ ସୂଚାଇ ଦେବାକୁ ଚାହେଁ ଯେ, ବର୍ତ୍ତମାନର ସରକାର ଲୋକଙ୍କ ସରକାର । ତେଣୁ ବଜେଟ ପ୍ରସ୍ତୁତିରେ ସାଧରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ଯକ ଅଟେ । ତେଣୁ, ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତ୍ତିରେ  କରାଯିବାର ଅବଶ୍ଯକତା ରହିଛି ।

ଏଥିପାଇଁ ଅର୍ଥ ବିଭାଗ ଏକ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିବାକୁ ଯୋଜନା କରୁଛନ୍ତି  ।

ବର୍ତ୍ତମାନ, 2024-25 ବର୍ଷର ପୂର୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ୱାନ କରିଛନ୍ତି, ଯାହାକି ୱେବ୍-ପୋର୍ଟାଲ https://budget.odisha.gov.in/ ରେ ଉପଲବ୍ଧ ।  

ଏହି ପରାମର୍ଶ ଗୁଡିକ e-mail ଦ୍ୱାରା odisha.budget@gov.in ଠିକଣାରେ ପଠାଇ ପାରିବେ ।

ସେହିପରି, ବଜେଟ୍ ସମ୍ୱନ୍ଧୀୟ ମତାମତ WhatsApp ମାଧ୍ୟମରେ (+91)9438161111 ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@FinanceOdisha) ଓ Instagram (@fdodisha) ଦ୍ୱାରା ମଧ୍ୟ ପଠାଇ ପାରିବେ ।

ଏହି ସୁବିଧା 20 ଜୁନ 2024 ତାରିଖଠାରୁ 5 ଜୁଲାଇ 2024 ପର୍ଯ୍ୟନ୍ତ ଉପଲବ୍ଧ ରହିବ ।

ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧିବାଚକ ସଂଘ (civil society organisations) ଓ ଅନ୍ୟାନ୍ୟ ହିତାଧିକାରୀ ମାନଙ୍କୁ ଅନୁରୋଧ କରାଯାଉଅଛି ଯେ ଏହି ସ୍ୱତନ୍ତ୍ର ବ୍ୟବସ୍ଥାକୁ ବ୍ୟବହାର କରି ରାଜ୍ୟ ସରକାରଙ୍କର ବଜେଟ୍‌ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରନ୍ତୁ ।

error: Content is protected !!