ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ରେ


ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାକ୍ଷାତ ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ।

ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲାସ୍ତରୀୟ କାର୍ଯ୍ୟଳୟକୁ ଅଧିକ ସୁଦୃଢ କରିବା, ସାମାଜିକ ଗଣମାଧ୍ୟମ ତଥା ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ବିଷୟ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଗୁଡିକ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ଵ ଦେବାସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଥିଲେ। #ବିକଶିତଓଡ଼ିଶା


error: Content is protected !!