ବିଧାନ ସଭାରେ ନୂତନ ବାଚସ୍ପତି ମାନ୍ୟବର ଶ୍ରୀମତୀ ସୁରମା ପାଢୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିନନ୍ଦନ ଓ ଶୁଭେଚ୍ଛା
୨୦ ଜୁନ୍ ୨୦୨୪-
ମାନ୍ୟବର ବାଚସ୍ପତି ମହୋଦୟା,
ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ।
ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ ।
ଆମ୍ଭେମାନେ ସମସ୍ତେ ଓଡିଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବାକରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ । ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହ କାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା ।
ପରିଶେଷରେ, ମୁଁ ଏ ଗୃହର ମାନ୍ୟବର ସଦସ୍ୟା ଓ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜଣାଉଛି ଏବଂ ମୋର ପ୍ରିୟ ଓଡିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଉଛି ।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ରାଜ୍ୟରେ ଆରମ୍ଭ ହେଲା ‘ପିଏମ୍-ଉଷା’; ବଢ଼ିବ ଶିକ୍ଷାର ମାନ, ଦକ୍ଷ ହେବେ ଛାତ୍ରଛାତ୍ରୀ
ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ