ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର
୧୭.୦୮.୨୦୨୪
କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ଜୁଏଲ୍ ଭାଇ ଙ୍କ ଦୀର୍ଘ ରାଜନୈତିକ ଯାତ୍ରା ର ସଫଳତାରେ ତାଙ୍କ ଧର୍ମପତ୍ନୀଙ୍କର ପ୍ରମୁଖ ଭୂମିକା ରହିଥିଲା।
ମୁଖ୍ୟମନ୍ତ୍ରୀ ଶ୍ରୀ ଓରାମ ଙ୍କ ଭୁବନେଶ୍ୱର ସ୍ଥିତ ବାସଭବନ ରେ ପହଞ୍ଚି ସ୍ବର୍ଗତ ଝିଙ୍ଗିଆ ଓରାମ ଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ରାଜ୍ୟରେ ଆରମ୍ଭ ହେଲା ‘ପିଏମ୍-ଉଷା’; ବଢ଼ିବ ଶିକ୍ଷାର ମାନ, ଦକ୍ଷ ହେବେ ଛାତ୍ରଛାତ୍ରୀ
ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ