ଆସିଲା ‘ସୁଭଦ୍ରା’ ଯୋଜନାର SOP, ଏକ କୋଟି ମହିଳା ହେବେ ଉପକୃତ


ଆସିଲା ‘ସୁଭଦ୍ରା’ ଯୋଜନାର SOP, ଏକ କୋଟି ମହିଳା ହେବେ ଉପକୃତ

ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନାର ନିୟମାବଳୀକୁ କ୍ୟାବିନେଟ୍ର ଅନୁମୋଦନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ମିଳିବ ଟଙ୍କା । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଏକ କୋଟିରୁ ଅଧିକ ମହିଳା ଏହା ଦ୍ୱାରା ଲାଭବାନ ହେବେ ।

ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନ ଇସ୍ତହାରରେ ବିଜେପି କ୍ଷମତାକୁ ଆସିଲେ ମହିଳାଙ୍କୁ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦ ହଜାର ଟଙ୍କାର ସହାୟତା ଦେବା ପାଇଁ ଘୋଷଣା କରିଥିଲା । ବର୍ତ୍ତମାନ ଏହି ଯୋଜନାର ଏସଓପି ଜାରି କରାଯାଇଛି ।

ପ୍ରତ୍ୟେକ ବର୍ଷ ରାଖୀ ପୂର୍ଣ୍ଣିମା ଓ ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କ ଆଉଣ୍ଟକୁ ଯିବ ୫ ହଜାର ଲେଖାଏଁ ଟଙ୍କା । ୫ ବର୍ଷରେ ମହିଳାମାନଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସୁଭଦ୍ରା ଡିବିଟି କାର୍ଡରେ ଯିବ ଟଙ୍କା । ଏଥିପାଇଁ କଲ୍ ସେଣ୍ଟର ଖୋଲା ଯିବ । ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ଜନସେବା କେନ୍ଦ୍ରରେ ଆବେଦନ କରି ପାରିବେ ହିତାଧିକାରୀ ।


error: Content is protected !!