January 25, 2026

Now Odisha

Now Odisha

୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

Spread the love

ଭୁବନେଶ୍ୱର,୩ା୧୦: ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଦେବାକୁ ଗଜପତି ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF)ରୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ମୃତକ ଦ୍ୱୟ ହେଲେ ବସ୍ତ୍ରୀଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ।

error: Content is protected !!