ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ। ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରିଛି।
ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ଜଣାଇଛି କି ଏହି ମାମଲାରେ ଓକିଲଙ୍କ ବିରୋଧରେ ଅନୁଶାସନାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ୧୫ ଦିନ ମଧ୍ୟରେ ଶୋ କଜ୍ ନୋଟିସ୍ ଜାରି କରାଯିବ। ନୋଟିସର ଜବାବ ଓ ମାମଲାର ଯାଞ୍ଚ ଆଧାରରେ କାଉନସିଲ୍ ଉଚିତ୍ ଓ ଆବଶ୍ୟକ ଆଦେଶ ପାରିତ କରିବ ।
ସୂଚନାଯୋଗ୍ୟ ମୁଖ୍ୟ ବିଚାରପତି ଜଷ୍ଟିସ୍ ବି.ଆର ଗଭଇ ଏକ ମାମଲାର ଶୁଣାଣି କରୁଥିବା ସମୟରେ ଜୋତା ଫିଙ୍ଗିବାକୁ ଉଦ୍ୟମ କରିବା ସହ ଚିତ୍କାର କରି ରାକେଶ କହିଥିଲେ କି, ‘ସନାତନଙ୍କ ପ୍ରତି ଅପମାନ ସହ୍ୟ କରିବି ନାହିଁ’ । ଆକ୍ରମଣ ଉଦ୍ୟମ ପରେ କୋର୍ଟ କର୍ମଚାରୀମାନେ ତାଙ୍କୁ ପୁଲିସ ଜିମା ଦେଇଥିଲେ । ମଧ୍ୟପ୍ରଦେଶର ଖଜୁରାହୋରେ ଭଗବାନ ବିଷ୍ଣୁଙ୍କ ୭ଫୁଟ୍ ଉଚ୍ଚ ମୁଣ୍ଡ କଟା ମୂର୍ତ୍ତିର ପୁନରୁଦ୍ଧାର ଉପରେ ସିଜେଆଇ ଗଭଇଙ୍କ ମନ୍ତବ୍ୟରେ ଆଇନଜୀବୀ ରାକେଶ ବେଶ ଆଘାତ ପାଇଥିଲେ ।

More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!