କଟକ : କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଛି। ପୂର୍ବରୁ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଜି ଆଉ ୩ ଜଣଙ୍କୁ ଗିରଫ କରାଯାଇଥିବା କହିଛନ୍ତି ଏସିପି। ଆଗକୁ ଆହୁରି ଅଧିକ ଜଣଙ୍କୁ ଗିରଫ କରାଯାଇପାରେ। ସେପଟେ ଆଜି ହାତୀ ପୋଖରୀ ଏବଂ କଦମରସୁଲ ଅଞ୍ଚଳରେ କମିଶନରେଟ୍ ପୁଲିସ୍ ପକ୍ଷରୁ ଯାଞ୍ଚ କରାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଦୁଇ ଏସିପି, ୩ ଜଣ ଆଇଆଇସିଙ୍କ ସହ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।
Post Views: 23
More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…