ରାଉଲକେଲା: ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକର ଜରାଇକେଳା ପଞ୍ଚାୟତ ସୀମାନ୍ତରେ ଥିବା ଝାଡ଼ଖଣ୍ଡସ୍ଥିତ ସରଣ୍ଡା ଜଙ୍ଗଲରେ ମାଓବାଦୀମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ନିଜର ଉପସ୍ଥିତି ଜାହିର କରିଛନ୍ତି । ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସହିଦ ଯବାନଙ୍କ ନାମ କାନଷ୍ଟେବଳ ମହେନ୍ଦ୍ର ଲକସର ବୋଲି ଜଣାପଡିଛି। ଦୁଇ ଆହତ ଯବାନ ରାମକୃଷ୍ଣ ଗଗରାଇ ଏବଂ ଇନ୍ସପେକ୍ଟର କୌଶଳ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଉଭୟଙ୍କୁ ସେଠାରୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…