ଭୁବନେଶ୍ୱର : ରାଜ୍ୟରୁ ଆସନ୍ତା ୨ରୁ ୩ଦିନ ପରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବ। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ବିହାରର କିଛି ଅଞ୍ଚଳରୁ ମୌସୁମି ବାୟୁ ବାହୁଡ଼ିବ। ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ମୌସୁମି ବାୟୁ ଫେରିଯିବ। ପଶ୍ଚିମବଙ୍ଗ, ସିକ୍କିମ, ଓଡ଼ିଶା ଏବଂ ତେଲଙ୍ଗାନା ରାଜ୍ୟର କିଛି ଅଞ୍ଚଳରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ପୁଣି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ଇତିହାସରୁ ପ୍ରେରଣା ନେଇ ଭବିଷ୍ୟତର ଓଡ଼ିଶା ପାଇଁ ସେତୁବନ୍ଧ ତିଆରି କରିବା : ଧର୍ମେନ୍ଦ୍ର ପ୍ରଧାନ