ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜର ଦ୍ୱିତୀୟ ବର୍ଷର ଏମବିବିଏସ୍ ଛାତ୍ରୀଙ୍କୁ ଶୁକ୍ରବାର ରାତିରେ ଗଣଦୁଷ୍କର୍ମର ଶିକାର ହେବାକୁ ପଡ଼ିଛି । ପୀଡ଼ିତାଙ୍କ ପରିବାର ଲୋକଙ୍କ କହିବା ଅନୁସାରେ, ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଅଂଚଳର ଏହି ଛାତ୍ରୀ ନିଜର ପୁରୁଷ ବନ୍ଧୁଙ୍କ ସହ ରାତିରେ ନିକଟସ୍ଥ ରେଷ୍ଟୁରାଣ୍ଟକୁ ରାତ୍ରିଭୋଜନ ପାଇଁ ଯାଇଥିଲେ । ସେହି ସମୟରେ କିଛି ଯୁବକ ତାଙ୍କୁ ଆକ୍ରମଣ କରିବା ସହ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଜଣକ ଏବେ ଦୁର୍ଗାପୁରରେ ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ଓ ତାଙ୍କ ଅବସ୍ଥା ଗୁରୁତର ଅଛି ।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |