January 25, 2026

Now Odisha

Now Odisha

ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡ଼ିଓ ଉତ୍ତୋଳନ ବେଳେ ଧରିଲା ଜେଟିପି |

Spread the love

ପୁରୀ ୨୭।୦୮ : ଶ୍ରୀମନ୍ଦିରେ ଭିତରେ ପୁଣି ହିଡେନ୍ କ୍ୟାମେରା । ଶ୍ରୀମନ୍ଦିର ଭିତରେ ହିଡେନ୍ କ୍ୟାମେରାରେ ସୁଟିଂ କରୁଥିବା ବେଳେ ଧରାପଡିଲେ ଜଣେ ବ୍ୟକ୍ତି । ଘଣ୍ଟି ଦ୍ୱାରା ନିକଟରେ ଉକ୍ତ ବ୍ୟକ୍ତିଙ୍କୁ ଧରିଲା ଜେଟିପି । ଏହାପରେ ସିଂହଦ୍ୱାର ଥାନାରେ ଜିମା ଦେଇଛନ୍ତି । ହିଡେନ୍ କ୍ୟାମେରା ନେଇ ମନ୍ଦିର ମଧ୍ୟ ପ୍ରବେଶ କରିଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ ବୋଲି ଜଣାପଡିଛି।

ବୁଧବାର ସକାଳେ ଅରୂପ ପରିବାର ସହିତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥିଲେ। ଦର୍ଶନ ପାଇଁ ଯିବା ବେଳେ ଚଷମା ସଂଯୁକ୍ତ ହିଡେନ୍ କ୍ୟାମେରା ଶ୍ରୀମନ୍ଦିରକୁ ନେଇ ପ୍ରବେଶ କରିଥିଲେ। ହିଡେନ୍ କ୍ୟାମେରାରେ ଶ୍ରୀମନ୍ଦିର ଭିତରେ ସୁଟିଂ କରୁଥିବା ବେଳେ ସୁରକ୍ଷା କର୍ମୀଙ୍କ ସନ୍ଦେହ କରିଥିଲେ। ତେବେ ଯାଞ୍ଚ ପରେ ସମ୍ପୃକ୍ତ ବ୍ୟକ୍ତି ଜଣକ ହିଡେନ୍ କ୍ୟାମେରାରେ ଶ୍ରୀମନ୍ଦିର ଭିତରର ଭିଜୁଆଲ ନେଉଥିବା ଜଣାପଡିଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଥମେ ଗାରଦ ଓ ପରେ ସିଂହଦ୍ଵାର ଥାନାକୁ ନେଇଥିଲେ ସୁରକ୍ଷା କର୍ମୀ।
ସେପଟେ ପୁରୀ ଏସପି କହିଛନ୍ତି ଶ୍ରୀମନ୍ଦିର ଭିତରେ ହିଡେନ କ୍ୟାମେରା ନେଇ ଯାଇଥିବା ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। କେଉଁ ପରିସ୍ଥିତିରେ ଏବଂ କଣ ଉଦ୍ଦେଶ୍ୟ ନେଇ ସେ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଯାଇଥିଲେ ତାର ତଦନ୍ତ ଚାଲିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ଠାରୁ ପୋଲିସ ମୋବାଇଲ ଫୋନ୍ ଜବତ କରିବା ସହ ହିଡେନ କ୍ୟାମେରା ସଂଯୁକ୍ତ ଚଷମା ମଧ୍ୟ ଜବତ କରିଛି ପୋଲିସ। ଶ୍ରୀମନ୍ଦିର ଆଇନଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି କହିଛନ୍ତି।

ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି । ଗତ ତିନି ମାସ ମଧ୍ୟରେ ଶ୍ରୀମନ୍ଦିର ସୁରକ୍ଷାରେ କ୍ରମାଗତ ଭାବେ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ ମେଘନାଦ ପାଚେରୀ ଡେଇଁ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିଲେ କିଛି ଦୁର୍ବୃତ୍ତ । ଏହାପରେ ହିଡେନ୍ କ୍ୟାମେରା ନେଇ ମନ୍ଦିର ମଧ୍ୟକୁ ପ୍ରବେଶ କରିଥିବାର ନଜିର ଆସିଛି । ଗତ କିଛି ଦିନ ମଧ୍ୟରେ ହିଡେନ୍ କ୍ୟାମେରାର ତିନୋଟି ମାମଲା ସାମ୍ନାକୁ ଆସିଛି ।

error: Content is protected !!