ଖୋର୍ଦ୍ଧା: ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି। ଖୋର୍ଦ୍ଧା ଓ ଭିଜିଲାନ୍ସ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲେ। ୩ ଡିଏସ୍ପି, ୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ଭିଜିଲାନ୍ସ କାର୍ଯ୍ୟାଳୟ ସମେତ ବାସଭବନରେ ଚଢ଼ାଉ କରିଛି।
ଗଡମାଣିତ୍ରୀର ଶିଶିର ମଙ୍ଗରାଜ ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଆବେଦନ କରିଥିଲେ। ଗତ ଏକ ମାସ ଧରି ସେ କାର୍ଯ୍ୟାଳୟକୁ ଦୌଡୁଥିବା ବେଳେ ସ୍ମୃତି ତାଙ୍କୁ କହିଲେ ଆର୍ଆଇ ଏବଂ ଅତିରିକ୍ତ ତହସିଲଦାର ଟଙ୍କା ନେବେ। ଟଙ୍କା ଦେଲେ କାମ ହୋଇଯିବ। ଶିଶିର ଏ ସମ୍ପର୍କରେ ଗତ ୧୪ତାରିଖରେ ଖୋର୍ଦ୍ଧା ଭିଜିଲାନ୍ସ ବିଭାଗରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ବୁଧବାର ଅପରାହ୍ନ ସେ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଥିଲେ।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |