ଭୁବନେଶ୍ୱର,୧୫ା୧୦/ ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି ନବୀନ। ଅତାବିରାରୁ ୨ ଥର ବିଧାୟିକା ହୋଇଛନ୍ତି ସ୍ନେହାଙ୍ଗିନୀ।
ସୂଚନା ଥାଉକି, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରୁଥିଲେ। ଶେଷରେ ସମସ୍ତଙ୍କୁ ଚମକାଇ ସ୍ନେହାଙ୍ଗିନୀ ପ୍ରାର୍ଥୀ କରିଛି ବିଜେଡି।
ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି। ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବାବେଳେ ଭାଜପା ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି। ଆଜି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି। ତେବେ ଦେଖାଯାଉ ଏହି ୩ ଦଳ ମଧ୍ୟରୁ କିଏ ନୂଆପଡ଼ାରେ ବାଜି ମାରୁଛନ୍ତି।

More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!