ଭୁବନେଶ୍ୱର,୧୬ା୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗରେ ପରିବର୍ତ୍ତନ ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ଏହାକୁ ନୀରିକ୍ଷଣ କରୁଛି ଏବଂ ଆଗାମୀ ଦିନରେ ଅଧିକ ସୂଚନା ପ୍ରଦାନ କରିବ।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ହାତତିଆରି ବ୍ଲୁ ଗାଉନ୍ ପାଇଁ ଲାଗିଥିଲା ୧୫୦୦ ଘଣ୍ଟା