ରାଜ୍ୟର ୮ଟି ଜିଲ୍ଲାରେ ଆସନ୍ତା ୨ରୁ ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିରେ କଟକ ଓ ଭୁବନେଶ୍ୱର ଟ୍ୱିନ୍ସିଟି ମଧ୍ୟ ସାମିଲ ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର ସହର ସମେତ), ପୁରୀ, କଟକ (କଟକ ସହର ସମେତ) ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।ଏହି ସମୟରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି।
ଏହି ୮ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗରେ ହଠାତ୍ ପରିବର୍ତ୍ତନ ଓ ପରିସ୍ଥିତି ଖରାପ ହେବା ଉପରେ ନଜର ରଖିବା ସହ ନିଜ ସୁରକ୍ଷା ପାଇଁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସମ୍ପୃକ୍ତ ଅଞ୍ଚଳର ଲୋକଙ୍କୁ ପରାମର୍ଶ ଦେଇଛି IMD।
