ନୂଆପଡା: ନୂଆପଡା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି। ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି ।
କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଥିଲେ। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ।

More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |