ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୨୦ା୧୦:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଦୀପାବଳି ପାଳନର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳୀ ଅବସରରେ ରାଜ୍ୟର ଭଉଣୀଭାଇମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାର ଭିତରୁ ଉଦ୍ଧାର କରିଥାଏ। ନୂଆ ଆଶା, ନୂଆ ସ୍ବପ୍ନ ଓ ନୂଆ ଲକ୍ଷ୍ୟ ସହିତ ସୁନ୍ଦର ଓ ସମୃଦ୍ଧ ଭବିଷ୍ୟତକୁ ସ୍ବାଗତ କରିବା ପାଇଁ ଦୀପାବଳି ଉତ୍ସବ ଆମକୁ ପ୍ରେରଣା ଦେଇଥାଏ। ଅସତ୍ୟ ଓ ଅନ୍ୟାୟର ଅନ୍ଧକାରକୁ ଭେଦି ସତ୍ୟ ଓ ନ୍ୟାୟର ଆଲୁଅ ଜୀବନରେ ପରିପ୍ରକାଶ କରିଥାଏ। ଦୀପାବଳି ଆଶା, ବିଶ୍ୱାସ ଓ ଦୃଢ଼ ପ୍ରତିବଦ୍ଧତାର ଆଲୋକିତ ଅନୁଭବର ଗଣପର୍ବ। ଆସନ୍ତୁ ପ୍ରକୃତି ଓ ପରିବେଶକୁ ସମ୍ମାନ ଜଣାଇ ଚଳିତବର୍ଷ ଏକ ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବା। ଅହଂକାର ଓ ଦାନବୀୟ ପ୍ରକୃତିର ଅମା ଅନ୍ଧକାର ଭିତରୁ ଦୟା, କ୍ଷମା, ପ୍ରେମ ଓ ମାନବୀୟ ପ୍ରକୃତିକୁ ଆଲୁଅ ଦେଖାଇବା ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି।

More Stories
ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ |
ହାଇଦ୍ରାବାଦର ନାମପଲ୍ଲିରେ ଭୟଙ୍କର ଅଗ୍ନିକାଣ୍ଡ, |