ବାରିପଦା: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ୨୨ ତାରିଖରେ ଦୁଇ ଜଣ ନାବାଳିକା ଯାତ୍ରା ଦେଖିବାକୁ ଯାଇଥିଲେ। ଏତିକିବେଳେ ୬ରୁ ୭ ଜଣ ଯୁବକ ଏକ ନିଛାଟିଆ ସ୍ଥାନକୁ ଉଭୟଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ଏବଂ ଅନ୍ୟ ଅଭିଯୁକ୍ତଙ୍କୁ ପୁଲିସ୍ ଖୋଜୁଛି। ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |