ଜୟପୁର: ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର । ଭରତ ନାୟକ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଭରତ ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ଭରତ ନାୟକଙ୍କ ଶ୍ବଶୁର ସେଟେଲମେଣ୍ଟ ଅଫିସରେ କାମ କରୁଥିଲେ । ତାଙ୍କ ପେନସନ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ହରିଶ୍ଚନ୍ଦ୍ର। ଭରତ ନାୟକ ପୂର୍ବରୁ ୪୦ ହଜାର ଟଙ୍କା ଦେଇଥିବା ବେଳେ ଆଜି ବଳକା ୪୭ ହଜାର ଟଙ୍କା ଦେଇଥିଲେ। ଏହି ସମୟରେ ପୂର୍ବ ଯୋଜନା ମୁତାବିକ ଭିଜିଲାନ୍ସ ଟିମ ହରିଶ୍ଚନ୍ଦ୍ର ମହାପାତ୍ରଙ୍କୁ କାବୁ କରିଥିଲା। ଅଭିଯୁକ୍ତଙ୍କ ଆୟ ବହିର୍ଭୁତ ସମ୍ପତ୍ତି ନେଇ ଅଧିକ ଖୋଳତାଡ କରୁଛି ଭିଜିଲାନ୍ସ । ତାଙ୍କ ଜୟପୁର ସ୍ଥିତ ଘର ସହ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |