ଜୟପୁର: ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର । ଭରତ ନାୟକ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଭରତ ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ଭରତ ନାୟକଙ୍କ ଶ୍ବଶୁର ସେଟେଲମେଣ୍ଟ ଅଫିସରେ କାମ କରୁଥିଲେ । ତାଙ୍କ ପେନସନ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ହରିଶ୍ଚନ୍ଦ୍ର। ଭରତ ନାୟକ ପୂର୍ବରୁ ୪୦ ହଜାର ଟଙ୍କା ଦେଇଥିବା ବେଳେ ଆଜି ବଳକା ୪୭ ହଜାର ଟଙ୍କା ଦେଇଥିଲେ। ଏହି ସମୟରେ ପୂର୍ବ ଯୋଜନା ମୁତାବିକ ଭିଜିଲାନ୍ସ ଟିମ ହରିଶ୍ଚନ୍ଦ୍ର ମହାପାତ୍ରଙ୍କୁ କାବୁ କରିଥିଲା। ଅଭିଯୁକ୍ତଙ୍କ ଆୟ ବହିର୍ଭୁତ ସମ୍ପତ୍ତି ନେଇ ଅଧିକ ଖୋଳତାଡ କରୁଛି ଭିଜିଲାନ୍ସ । ତାଙ୍କ ଜୟପୁର ସ୍ଥିତ ଘର ସହ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି।

More Stories
ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ |
ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ |