ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା ଅଭିନୟ ଜଗତରେ ଶୋକର ଛାୟା ଖେଳିଯାଇଛି।
‘ସାରାଭାଇ ଭର୍ସେସ ସାରାଭାଇ’, ‘ଜାନେ ଭି ଦୋ ୟାରୋ’ ଏବଂ ‘ମେ ହୁଁ ନା’ ଭଳି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସେ ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ସତୀଶଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସ୍ପଷ୍ଟ କରିଛନ୍ତି। ଆସନ୍ତା ରବିବାର ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି କୁହାଯାଇଛି।

More Stories
ତହସିଲ୍ଦାରଙ୍କରାଜଧାନୀରେ୨କୋଠା୭_ପ୍ଲଟ୍ |
୫୪ ବର୍ଷ ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ, ସାମ୍ନାକୁ ଆସିଲା ନାସାର ଆର୍ଟେମିସ୍-୨ ମିଶନର ଉତକ୍ଷେପଣ ତାରିଖ
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ |