ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୭ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଥମେ ଛଟ୍ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସେ କହିଛନ୍ତି, ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।
୨୦୧୪ରେ ପ୍ରଥମେ ମନ୍ କି ବାତ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

More Stories
ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ |
ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ |