ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।
ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

More Stories
ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ |
ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ |