March 15, 2026

Now Odisha

Now Odisha

ଓଡ଼ିଶାରେ ହେବ ୯୨ ରେଳ ଓଭର୍‌ବ୍ରିଜ…

Spread the love

ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ ନିର୍ମାଣ ହେବ। ଏଥିପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ର ରେଳ ମନ୍ତ୍ରଣାଳୟ ଏ ନେଇ ଆବଶ୍ୟକ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଉଭୟ ରେଳ ମନ୍ତ୍ରଣାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜଗୁଡ଼ିକୁ ୫୦-୫୦ ଅନୁପାତରେ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ଅନୁରୋଧ କରାଯାଇଥିଲା। ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି କେନ୍ଦ୍ର ରେଳ ମନ୍ତ୍ରଣାଳୟ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମାଣ ହେବାକୁ ଥିବା ୯୨ଟି ରେଳ ଓଭର ବ୍ରିଜ୍‌ର ସମ୍ପୂର୍ଣ୍ଣ ନିର୍ମାଣ ଖର୍ଚ୍ଚ ବହନ କରିବେ ବୋଲି ପତ୍ର ମାଧ୍ୟମରେ ଜଣାଇଛନ୍ତି।

ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ସହୃଦୟତାପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି। ରେଳପଥ, ସଡକ ପଥ, ବନ୍ଦର ଓ ବିମାନ ଭିତ୍ତିଭୂମି ସହିତ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଏହି ଶ୍ରଦ୍ଧା ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

error: Content is protected !!