ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା, ୯ ମୃତ। ଶ୍ରୀକାକୁଲମର କାଶୀବୁଗାସ୍ଥିତ ଭେଙ୍କେଟେଶ୍ଵର ସ୍ଵାମୀ ଏକ ମନ୍ଦିର ଭିତରେ ଦଳାଚକଟା ହୋଇଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଏକାଦଶୀ ଉପଲକ୍ଷେ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଥିଲା। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଆହତଙ୍କୁ ତ୍ଵରିତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,