ଭୁବନେଶ୍ୱର,୨ା୧୧: ଗିରଫ ହୋଇଥିବା ଏସ୍ଆଇ ସ୍କାମର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଭୁବନେଶ୍ୱରରେ ପହଞ୍ଚିବା ପରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରରେ ହଜାରେ କୋଟି ଟଙ୍କାର ଡିଲ ହୋଇଛି। ଯଦି ମୁଁ ସରେଣ୍ଡର କରି ନ ଥାନ୍ତି ତେବେ ହଜାରେ କୋଟିର ଡିଲ କେମିତି ଆସିଥାନ୍ତା। ଷଡ଼ଯନ୍ତ୍ରକାରୀଙ୍କ ସବୁ ତଥ୍ୟ ସରକାରଙ୍କୁ ଦିଆଯିବ।
ମୁଁ ଲୁଚି ନ ଥିଲି, ଆଇନ ଅନୁଯାୟୀ ସମ୍ମୁଖୀନ ହେଉଥିଲି। ହାଇକୋର୍ଟରେ ଫାଇଲ କରାଯାଇଥିଲା, ସୁପ୍ରିମକୋର୍ଟରେ ଫାଇଲ କରିଥିଲି। ହାଇକୋର୍ଟଙ୍କୁ ଆଗୁଆ ଜାମିନ ମାଗିଥିଲି। ସେ ସମୟ ଦେଇଥିଲେ, ଗୋଟିଏ ମାସ ପରେ ଆସି ହାଜର ହୋଇଥାନ୍ତି। ସେ କହିଛନ୍ତି, ସ୍ତ୍ରୀ ଦୀପ୍ତିମୟୀ ସାହୁଙ୍କ ନାଁରେ କୌଣସି ମାମଲା ନାହିଁ। କୋର୍ଟଙ୍କ ଉପରେ ସମ୍ପୂର୍ଣ୍ଣ ଭରସା ରହିଛି, ନ୍ୟାୟ ମିଳିବ। ଆପଣ ମୁଖ୍ୟ କାର୍ପଟଦାର ବୋଲି ସାମ୍ବାଦିକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଏହା ସମ୍ପୂର୍ଣ୍ଣ ମିଛ କଥା। ୧୨୪ ଲୋକଙ୍କ ଜନ୍ମ କୁଣ୍ଡଳି ବାହାର କରନ୍ତୁ, କାହା ସହ ସମ୍ପର୍କ ନାହିଁ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…