ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ । ପ୍ରଥମ ଥର ପାଇଁ ରାତିରେ ଗୋତମା ଏୟାରଷ୍ଟ୍ରିପରେ ଅବତରଣ କରିଛି ବାୟୁସେନାର ବିମାନ । ନୂଆପଡ଼ା ଉପନିର୍ବାଚନରେ ସାମିଲ ପୋଲିଂ ପାର୍ଟିଗୁଡ଼ିକୁ ସହାୟତା କରିବ ଏହି ବିମାନ । ଅଞ୍ଚଳ ମାଓବାଦୀ ପ୍ରଭାବିତ ହୋଇଥିବାରୁ ବୁଥ୍ ପାଇଁ ପରିବହନ ନିମନ୍ତେ ଭାରତୀୟ ବାୟୁସେନାର ବିମାନ ଉପଯୋଗ କରାଯିବ । ଆଉ ବୁଥକୁ ହେଲିକପ୍ଟରରେ ଯିବେ ପୋଲିଂ ପାର୍ଟି ।ଆଜି ସନ୍ଧ୍ୟା ୭ଟାରୁ ବୁଥ ଯାତ୍ରା କରିବେ ପୋଲିଂ ପାର୍ଟି। ଆସନ୍ତାକାଲି ୧୧ ଟା ସୁଦ୍ଧା ବୁଥରେ ପହଁଚିବେ ପୋଲିଂ ପାର୍ଟି । ଏନେଇ ଡିସପୋଜାଲ ସେଣ୍ଟରରେ ସମସ୍ତ ପ୍ରସ୍ତୁତି ସରିଥିବା କହିଛନ୍ତି ନୂଆପଡ଼ା ନିର୍ବାଚନ ଅଧିକାରୀ ମଧୁସୂଦନ ଦାସ । ୩୮୫ଟି ବୁଥରେ ଭୋଟଗ୍ରହଣ କରାଯିବ। ଅତି ସମ୍ବେଦନଶୀଳ ବୁଥରେ ସୁରକ୍ଷ ବ୍ୟବସ୍ଥା କଡ଼ାକଡ଼ି କରାଯିବ। ନକ୍ସଲ ପ୍ରଭାବିତ ଅଞ୍ଚଳର ୮ଟି ବୁଥକୁ ହେଲିକପ୍ଟର ଯୋଗେ ଯିବେ ପୋଲିଂ ପାର୍ଟି। - Now Odisha
Skip to content
Post Views: 22
error: Content is protected !!
More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |