ନୂଆପଡ଼ା,୮ା୧୧ : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍ ଶୋ’ କରିଛନ୍ତି।ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ ଗର୍ଜିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି ଆପଣମାନେ ଖୁସି ତ କହିଲେ। ଆଦିବାସୀଙ୍କ ଦୁଃଖ ବୁଝିବ କିଏ? ମୁଁ ଆଦିବାସୀ ପରିବାରର, ତେଣୁ ମୁଁ ଆଦିବାସୀଙ୍କ ଦୁଃଖ ବୁଝିପାରୁଛି।ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଏମ୍ପି ମାଳବିକା ଦେବୀ ସାମିଲ ହୋଇଛନ୍ତି। - Now Odisha
Skip to content
Post Views: 13
error: Content is protected !!
More Stories
ପୋଖରୀରେ ପଡି ଶିଶୁ ମୃତ |
ଏଲପିଜି ନିୟନ୍ତ୍ରଣ ଆଦେଶ ପିଏନଜି ସଂଯୋଗ ଥିବା ଉପଭୋକ୍ତାଙ୍କ ଦ୍ୱାରା ଏଲପିଜି ସଂଯୋଗ ତ୍ୟାଗକୁ ବାଧ୍ୟତାମୂଳକ କରିଛି |
ଘୂର୍ଣ୍ଣିଝଡ଼ ତାଣ୍ଡବ: ୨ ମୃତ |