ସୁନ୍ଦରଗଡ଼ : ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଯାହାଫଳରେ ରାସ୍ତାରେ ବିଭିନ୍ନ ସ୍ଥାନରେ ଗାଡି ମଟର ଅଟକି ରହିଥିବା ଦେଖିବାକୁ ମିଳିଛି ।ସୂଚନା ଅନୁଯାୟୀ ସୁନ୍ଦରଗଡ଼ ସହକାରୀ ଜିଲ୍ଲାପାଳ ରଶ୍ମିତା ମିଞ୍ଜ ଓ ଏଏସ୍ଆଇ ଆଲିଶା ଲୁଗୁନ୍ଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି। ଦୁଇ ସରକାରୀ ମହିଳା ଅଧିକାରୀଙ୍କ ମୃତ୍ୟୁ ରହସ୍ୟର ପର୍ଦ୍ଦାଫାସ କରିବାରେ ପୋଲିସ ଏ ଯାଏଁ ସଫଳ ହୋଇପାରି ନାହିଁ । ଏହି ଦୁଇଟି ଘଟଣାରେ ବଡ଼ ବଡ଼ିଆଙ୍କ ସମ୍ପୃକ୍ତି ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ ଦାବି କରିଛି । ଫଳରେ ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ବିଜେପିର ସୁନ୍ଦରଗଡ଼, ପାନପୋଷ ଓ ବଣାଇଁ ସାଂଗଠନିକ ଜିଲ୍ଲାର ମହିଳା ମୋର୍ଚ୍ଚା ଓ ଆଦିବାସୀ ମୋର୍ଚ୍ଚା ପକ୍ଷରୁ ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ଡ଼ାକରା ଦିଆଯାଇଛି। ଏଥିପାଇଁ ସମସ୍ତ ଦୋକାନ ବଜାର ପେଟ୍ରୋଲ ପମ୍ପ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସହିତ ଶିକ୍ଷା ଅନୁଷ୍ଠାନ ଓ ଗାଡି ମୋଟର ବନ୍ଦ ରହିବ।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ
ପୋଲ ଉପରେ ୨ ଫୁଟର ପାଣି