ଉଚ୍ଛେଦ ହେବ ସାଲିଆ ସାହି। ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ ରାସ୍ତା ପାଇଁ ଏହି ଉଚ୍ଛେଦ ଆରମ୍ଭ କରିଛି ବିଏମସି ଓ ବିଡିଏ । କୌଣସି ଅପ୍ରିତିକର ପରିସ୍ଥିତି ଏଡାଇବାକୁ ଘଟଣାସ୍ଥଳରେ ୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବାକି ଥିବା ଆଉ ପାଖାପାଖି ୫୧୭ ଘର ମିଳିତ ଟିମ୍ ଉଛେଦ କରିବ ।
ଉଚ୍ଛେଦରେ ବିଏମସି, ବିଡିଏ, ୱାଟକୋ, ବିଦ୍ୟୁତ ବିଭାଗ ସହ ୫ ପ୍ଲାଟୁନ ପୋଲିସ ଫୋର୍ସ ସାମିଲ ହୋଇଛନ୍ତି ।
ସେପଟେ ଏହି ଉଚ୍ଛେଦ ପ୍ରକ୍ରିୟାକୁ ସାଲିଆ ସାହି ବାସିନ୍ଦାମାନେ ଜୋରଦାର ବିରୋଧ କରିଛନ୍ତି ।ସେମାନଙ୍କ କହିବା କଥା ସରକାର ଥଇଥାନ ନକରି ଆମକୁ ଘରୁ ବାହାର କରିଦେବା କେତେ ଦୂର ଠିକ୍ । କୋର୍ଟରେ ମାମଲା ଚାଲିଥିବା ବେଳେ ଉଚ୍ଛେଦ କାହିଁକି କରାଯାଉଛି, ତାହାକୁ ନେଇ ବସ୍ତିବାସିନ୍ଦାମାନେ ପ୍ରଶ୍ନ ଉଠାଇଛନ୍ତି । ଆଜି ଉଚ୍ଛେଦ ବେଳେ ବସ୍ତ ବାସିନ୍ଦାମାନେ ଧାରଣାରେ ବସିଛନ୍ତି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…