ଚୀନର ତିଆନଜିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ରବିବାର ଦ୍ଵିପାକ୍ଷିକ ଆଲୋଚନା ସମ୍ପନ୍ନ ହୋଇଛି। ୪୦ ମିନିଟ ଧରି ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା କାଳରେ ବିଶେଷକରି ଉଭୟ ଦେଶର ସୀମା ବିବାଦ ଉପରେ ଆଲୋଚନା ହୋଇଥିଲା। ସମ୍ପର୍କକୁ କିପରି ଆଗକୁ ବଢ଼ାଇ ହେବ ସେ ନେଇ ଦୁଇ ନେତା ନିଜ ନିଜର ମନ୍ତବ୍ୟ ରଖିଥିଲେ।
ଆସ୍ଥା, ସମ୍ମାନ ଏବଂ ସମ୍ବେଦନଶୀଳତା ଆଧାରରେ ଦୁଇ ଦେଶର ସମ୍ପର୍କ ଆଗକୁ ବଢ଼ିବ ବୋଲି ମୋଦୀ କହିଥିଲେ। ଜିନପିଙ୍ଗ ମଧ୍ୟ ଦୁଇ ଦେଶ ମଧ୍ୟରେ ଆପୋସ ସହଯୋଗ ପାଇଁ ନିଜର ସହମତି ପ୍ରକାଶ କରିଥିଲେ। ସାମ୍ପ୍ରତିକ ସ୍ଥିତିରେ ଭାରତ ଏବଂ ଚୀନ ଏକା ସାଙ୍ଗରେ ଚାଲିବା ଉଚିତ ଏବଂ ଦୁଇ ଦେଶର ସମ୍ପର୍କ ମଜଭୁତ ହେବା ଜରୁରୀ ବୋଲି ଜିନପିଙ୍ଗ ମତପୋଷଣ କରିଥିଲେ।
ଜିନପିଙ୍ଗ କହିଥିଲେ, ଦୁନିଆ ପରିବର୍ତ୍ତନ ଦିଗରେ ଆଗକୁ ବଢ଼ୁଛି। ଦୁଇ ଦେଶ ପରସ୍ପରର ଭଲ ପଡ଼ୋଶୀ ହେବା ଆବଶ୍ୟକ। ଆମେ ଆପୋସ ସହଯୋଗ ପାଇଁ ରାଜି। ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…