ନିଖୋଜ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା କେ. ନୂଆଗଡ ଗାଁରେ ଦେଖିବାକୁ ମିଳିଛି ଏ ଅଘଟଣ। ଗାଁର ମୃତକ ଏହି ଗାଁର କୈଳାଶ ଚନ୍ଦ୍ର ସେଠୀଙ୍କ ପୁଅ ରାଜେଶ ହୋଇଥିବା ବେଳେ ୪ ଦିନ ଧରି ନିଖୋଜ ଥିଲେ । ଆଜି ଗାଁ ଶେଷ ମୁଣ୍ଡରେ ଥିବା ଧାନ ବିଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ଗତ ୧୮ ତାରିଖରୁ ସେ ବାଇକ୍ ନେଇ ଘରୁ କେଉଁଆଡ଼େ ଚାଲି ଯାଇଥିଲେ । ବହୁ ଖୋଜାଖୋଜି ପରେ ତାଙ୍କର ସନ୍ଧାନ ନ ମିଳିବାରୁ ପରିବାର ଲୋକ ଗାଙ୍ଗପୁର ଥାନାରେ ଅଭିଯୋଗ କରିଥିଲେ । ତେବେ ଆଜି ଉଦ୍ଧାର ହୋଇଥିବା ରାଜେଶଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |