ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଚାରବାଟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଆଦେଶ ବାତିଲ ଦାବିରେ ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ଓ ସ୍କୁଲ କମିଟି।
ପ୍ରକାଶ ଯେ, ଚରବାଟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଞ୍ଚ ଜଣ ଶିକ୍ଷକ ଶିକ୍ଷା ଦାନ କରୁଛନ୍ତି।
ହେଲେ ଶିକ୍ଷା ବିଭାଗ ଜିତେନ୍ଦ୍ର କୁମାର ଦେହୁରୀ ନାମକ ଶିକ୍ଷକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି। ଯା’ ଫଳରେ ବିଦ୍ୟାଳୟ ରେ ଶିକ୍ଷା ଦାନରେ ବାଧା ପ୍ରାପ୍ତ ହେବ ବୋଲି ଗ୍ରାମବାସି ଅଭିଯୋଗ କରିଛନ୍ତି। ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୩୩ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି। ଆଗକୁ ପରୀକ୍ଷା ରହି ଥିବାରୁ ପାଠ ପଢ଼ାରେ ବାଧା ସୃଷ୍ଟି ହେବ ବୋଲି ଗ୍ରାମ ବାସି ଅଭିଯୋଗ କରିଛନ୍ତି। ତେଣୁ ଶିକ୍ଷକ ବଦଳି ବାତିଲ ଦାବିରେ ସ୍କୁଲ ବାହାରେ ତାଲା ପକାଇ ଧାରଣାରେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି ବସିଥିଲେ।
ଖବର ପାଇ ରେଢ଼ାଖୋଲ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ ଘଟଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀ ଓ ସ୍କୁଲ କମିଟିଙ୍କ ସହ କଥାବାର୍ତ୍ତା କରି ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ବାତିଲ ପାଇଁ ଲେଖିତ ପ୍ରତିଶ୍ରୁତି ପରେ ଧାରଣାରୁ ପ୍ରତ୍ୟାହୃତ ନେଇ ଥିଲେ ଓ ପାଠ ପଢ଼ା ସ୍ୱାଭାବିକ ହୋଇ ଥିଲା।

More Stories
ପୁଣି ଚର୍ଚ୍ଚାରେ ଦାନ ମାଝୀ
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO
ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା