ଦିନକ ପରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । କମିସନରେଟ ପୋଲିସର ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଧାନସଭା ସୁରକ୍ଷା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ନେଇ ମଧ୍ୟ ଆଲୋଚନା ହୋଇଛି। ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବେ ।
ରାଜଭବନରେ ରାତ୍ରି ଯାପନ କରି ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ତେଣୁ ବିଧାନସଭା ପରିସରରେ ୩୩ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଷ୍ଟ୍ରପତିଙ୍କ ପାଇଁ ଅଧିକ ୨୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। ୧୫୦ରୁ ଅଧିକ ଅଫିସରଙ୍କୁ ମୁତୟନ କରାଯିବ।

More Stories
ଘଣ୍ଟପଡ଼ା ରେଳ ଓଭର ବ୍ରିଜର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ |
ବାଣପୁର: ମଝିରୁ ଭୁଶୁଡିଲା ପୋଲ, ଅଳ୍ପକେ ବର୍ତ୍ତିଲେ ହାଇୱା ଗାଡ଼ି ଚାଳକ ଓ ହେଲପର
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ |