ଭୁବନେଶ୍ୱର: ବିଧାନସଭାରେ ଗତକାଲି ଉପସ୍ଥାପିତ ହୋଇଥିବା ଅତିରିକ୍ତ ବଜେଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ବିଜେପି ସରକାର ବିଧାନସଭାରେ ଆଗତ କରିଥିବା ଅତିରିକ୍ତ ବଜେଟ ଓଡ଼ିଶାବାସୀଙ୍କ ଅନେକ ଆଶାକୁ ଧୂଳିସାତ କରୁଛି । ଏହା ଆମକୁ ରାଜକୋଷୀୟ ନିଅଣ୍ଟ ଆଡକୁ ଆଗକୁ ବଢାଉଛି ।
ପ୍ରଶାସନିକ ବ୍ୟୟ ସଙ୍କୁଚିତ ହେଉଛି । ଓଡ଼ିଶାର ସୁଧ ବୋଝ ବଢୁଛି ।
ମନେ ହେଉଛି ହ୍ରାସ ପାଉଥିବା କେନ୍ଦ୍ର ଅନୁଦାନ ଓ ନିଜସ୍ୱ ଅପାରଗତା ଲୁଚାଇବା ପାଇଁ ହୋଇଛି ଅତିରିକ୍ତ ବଜେଟ । ରାଜ୍ୟବାସୀଙ୍କୁ ସ୍ୱାର୍ଥ ପାଇଁ ନୁହେଁ, ଏହା ରାଜ୍ୟବାସୀଙ୍କୁ ଭ୍ରମିତ କରିବାର ଅତିରିକ୍ତ ପ୍ରୟାସ ।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…