ମାଲକାନଗିରି: ସୀମାନ୍ତ ବନ୍ଧୁକ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ । ଆଜି ଏହି କ୍ରମରେ ଆଉ ୧୦ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଝିରାମ ଘାଟି ମାଓ ହିଂସାକାଣ୍ଡର ମାଷ୍ଟରମାଇଣ୍ଡ ତଥା ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ମୁଖ୍ୟଚେତୁ ଓରଫ ଶ୍ୟାମ ଦାଦା ସମେତ ୧୦ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଜଗଦଲପୁରରେ ବସ୍ତର ଆଇଜି ପି.ସୁନ୍ଦର ରାଜଙ୍କ ନିକଟରେ ଏହି ମାଓବାଦୀ ମାନେ ଆତ୍ମସମର୍ପଣ କରିଛନ୍ତି । ଚେତୁ ତାର ୯ଜଣ ସାଥୀଙ୍କୁ ନେଇ ଆତ୍ମସମର୍ପଣ କରିଛି । ସେମାନଙ୍କ ନାଁରେ ୬୫ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ହୋଇଥିଲା । ମାଓନେତା ଚେତୁ ନାଁରେ ସରକାର ୨୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ ।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |